Sun, Aug 03, 2025 | UPDATED 05:46AM IST

ବୁଲା ଗାଈ-କୁକୁରଙ୍କ ଖାଦ୍ୟ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଷାଠିଏ ଲକ୍ଷ ଟଙ୍କା ସହାୟତା

news-details

ବୁଲା ଗାଈ-କୁକୁରଙ୍କ ଖାଦ୍ୟ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଷାଠିଏ ଲକ୍ଷ ଟଙ୍କା ସହାୟତା

ଭୁବନେଶ୍ୱର : କୋଭିଡ୍‌ ମହାମାରୀ ନିୟନ୍ତ୍ରଣ ପାଇଁ  ବର୍ତ୍ତମାନ  ସାରା ରାଜ୍ୟରେ ଲକ୍ ଡାଉନ୍ ଜାରି ରହିଛି । ଏହି ପରିପ୍ରେକ୍ଷୀରେ ବୁଲା ଗାଈ-ଗୋରୁ,  କୁକୁର  ଆଦି ପ୍ରାଣୀମାନେ ଖାଦ୍ୟ ସମସ୍ୟାର ସମ୍ମୁଖୀନ ହେଉଛନ୍ତି ।

ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନିଜସ୍ୱ ରିଲିଫ  ପାଣ୍ଠିରୁ ପାଞ୍ଚୋଟି ମହାନଗର ନିଗମ ୪୮ଟି ମ୍ୟୁନିସ୍‌ପାଲିଟି ଓ ୬୧ଟି ଏନ୍ଏସିକୁ ଷାଠିଏ   ଲକ୍ଷ ଟଙ୍କାର ସହାୟତା ମଞ୍ଜୁର କରିଛନ୍ତି ।

ଏହି ଅର୍ଥରେ ସେମାନେ ବିଭିନ୍ନ ସ୍ବେଚ୍ଛାସେବୀ ଅନୁଷ୍ଠାନ ମାନଙ୍କ ଜରିଆରେ ବୁଲା  ପ୍ରାଣୀ ମାନଙ୍କୁ ଖାଦ୍ୟ ଯୋଗାଇ ଦେବେ । ନିର୍ଦ୍ଦେଶ ଅନୁଯାୟୀ ଭୁବନେଶ୍ୱର ମହାନଗର  ନିଗମ ଏଥିପାଇଁ ଦୈନିକ କୋଡ଼ିଏ ହଜାର ଟଙ୍କା, କଟକ, ସମ୍ବଲପୁର, ରାଉରକେଲା, ଓ  ଵ୍ରହ୍ମପୁର ମହାନଗର ନିଗମ ଦୈନିକ ଦଶହଜାର ଟଙ୍କା, ମ୍ୟୁନିସପାଲଟି ମାନେ ଦୈନିକ ପାଞ୍ଚ  ହଜାର ଟଙ୍କା ଓ ଏନଏସି ମାନେ ଦୈନିକ ଦୁଇ ହଜାର ଟଙ୍କା ଖର୍ଚ୍ଚ କରିପାରିବେ ।

Posted in Currency Top News :

You can share this post!